ଆଗକୁ ବଢୁନି ମୌସୁମୀ, ଗରମ ଗୁଳିଗୁଳିରେ କଟିବ ରଜ

ଭୁବନେଶ୍ୱର (କେନ୍ୟୁଜ); ଆଗକୁ ବଢୁନି ମୌସୁମୀ । ଗରମ ଗୁଳିଗୁଳିରେ କଟିବ ରଜ, କାଁ ଭାଁ କାଳବୈଶାଖୀ ।  ତଥାପି ତାତିବ ପଶ୍ଚିମ ଓଡ଼ିଶା । ଆଜି ଗ୍ରୀଷ୍ମପ୍ରବାହ ନେଇ ୮ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ୧୪ ରୁ ୧୭ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ସତର୍କ କରାଇଛି ପାଣିପାଗ କେନ୍ଦ୍ର  ।  ୩ ରୁ ୪ ଦିନ ମଧ୍ୟରେ ଆଗକୁ ବଢିବ ମୌସୁମୀ ।  ୪ ଦିନ ପର୍ଯ୍ୟନ୍ତ ଗରମ ଗୁଳୁଗୁଳିରି ନିସ୍ତାର ମିଳିବ ନାହିଁ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ପ୍ରବଳ ଗ୍ରୀଷ୍ମପ୍ରବାହ ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର. ବରଗଡ, ସୋନପୁର ଏବଂ ବୌଦ୍ଧକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ହଟ୍ ଆଣ୍ଡ ହ୍ୟୁମିଡ୍ ସ୍ଥିତି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।  ସ୍ବାଭାବିକ ସମୟର ୪ ଦିନ ପୂର୍ବରୁ ମୌସୁମୀ ଓଡ଼ିଶା ଛୁଇଁଥିଲେ ମଧ୍ୟ ଆଗକୁ ବଢୁନି ମୌସୁମୀ ।  ଏବେ ଦୁଇଟି ଜିଲ୍ଲା କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ଅଟକି ଯାଇଛି ମୌସୁମୀ ।  ଆସନ୍ତା ୪ ଦିନ ମଧ୍ୟରେ କାଳବୈଶାଖୀ ବର୍ଷା ବଢିବା ସହ ମୌସୁମୀ ଆଗକୁ ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

Leave A Reply

Your email address will not be published.