ଆହୁରି ଦୁଇ ଦିନ ଥରାଇବ ଶୀତ, ୨୧ ରୁ ରାଜ୍ୟରେ କିଛି ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍): ପୁଣି ୨୧ରୁ ୱେଷ୍ଟର୍ଣ୍ଣ ଡିଷ୍ଟର୍ବାନ୍‌ସ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା । ଉତ୍ତର ଉପକୂଳ ଓଡ଼ିଶା, କେନ୍ଦୁଝର, ମୟୂରଭଞ୍ଜ ଓ ପୁରୀର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ୨୨ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

୨୩ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୨୪ ଘଣ୍ଟା ଭିତରେ ସର୍ବନିମ୍ନ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନ ହେବନାହିଁ । ପରବର୍ତ୍ତୀ ୩ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧିର ସମ୍ଭାବନା ଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।

 

Leave A Reply

Your email address will not be published.