ରାଜ୍ୟରେ ତଳମୁହାଁ ପାରଦ, ୧୪ ପରେ ଆହୁରି ବଢ଼ିବ ଶୀତ

ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର (କେନ୍ୟୁଜ): ତଳମୁହାଁ ପାରଦ। ଖସୁଛି ପାରଦ, ବଢ଼ୁଛି ଶୀତ। ଦେଶର ମଧ୍ୟଭାଗରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେଉଥିବାରୁ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ତଥା ଉତ୍ତର ଦିଗରୁ ଶୁଷ୍କ ଥଣ୍ଡା ବାୟୁ ପ୍ରବାହିତ ହେଉଛି। ଏଥିପାଇଁ କିଛି ସ୍ଥାନରେ ପାରଦ ଖସିବାରେ ଲାଗିଛି। ଅନେକ ସ୍ଥାନରେ ତାପମାତ୍ରା ୧ରୁ ୨ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ୨ ଦିନ ମଧ୍ୟରେ ପାରଦ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେତେକ ସ୍ଥାନରେ ଘନ କୁହୁଡ଼ି ମଧ୍ୟ ଦେଖାଦେଉଛି। ଶିମିଳିପାଳରେ ତାପମାତ୍ରା ୮ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।

ସେପଟେ ୧୫ରୁ ବର୍ଷା ସମ୍ଭାବନା । ୧୪ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହା ୧୫ରେ ଲଘୁଚାପର ରୂପ ନେଇପାରେ ବୋଲି କିଛି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.