ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ, ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର(କେନ୍ୟୁଜ୍): ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ । ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ େଓ୍ଵଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩୦ଟି ଯାକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଆଗାମୀ ୨୪ ଘଣ୍ଟାରେ ଭୀଷଣ ବର୍ଷା ପାଇଁ ୭ ଜିଲ୍ଲା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ରେଡ୍‌ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଅଚାନକ ବନ୍ୟା ଆସିପାରେ । ତଳୁଆ ଅଞ୍ଚଳ ଜଳମଗ୍ନ ସହ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ଆଶଙ୍କା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଅରେଞ୍ଜ ଓ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତାକାଲି ପାଇଁ ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ, ୧୧ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.