ପୁରୀ(କେନ୍ୟୁଜ୍): ପୁରୀକୁ ଆସିଥିବା ଜଣେ ବଙ୍ଗୀୟ ଭକ୍ତଙ୍କୁ ଦୁବ୍ୟର୍ବହାର ଓ ଆକ୍ରମଣ ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ପଶ୍ଚିମଦୁଆର ଦାୟିତ୍ୱରେ ଥିବା କର୍ମଚାରୀ ତାଙ୍କୁ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା ଅଭିଯୋଗ ହୋଇଛି। ପଶ୍ଚିମବଙ୍ଗର ବର୍ଦ୍ଧମାନ ଜିଲ୍ଲାର ପ୍ରିୟବ୍ରତ ସାହୁ ତାଙ୍କ ପରିବାର ସହ ଆଜି ଶ୍ରୀମନ୍ଦିର ଦର୍ଶନ ପାଇଁ ଆସିଥିଲେ। ଦର୍ଶନ ସାରି ପଶ୍ଚିମ ଦୁଆର ଦେଇ ଫେରିଥିଲେ ମଧ୍ୟ ତାଙ୍କ ସହ ଥିବା ଜଣେ ବୃଦ୍ଧା ପଶ୍ଚିମ ଦୁଆର ଗୁମୁଟରେ ରହିଯାଇଥିଲେ।
ତାଙ୍କୁ ପୁଣି ଆଣିବା ପାଇଁ ସମ୍ପୃକ୍ତ ଯୁବକ ପଶ୍ଚିମ ଦ୍ୱାର ଦେଇ ପ୍ରବେଶ ଉଦ୍ୟମ କରିଥିବା ବେଳେ ପୁଲିସ ତାଙ୍କୁ ଅଟକାଇ ଥିଲା। ପୋଲିସ ସହ ତାଙ୍କର ଯୁକ୍ତିତର୍କ ମଧ୍ୟ ହୋଇଥିଲା। ତେବେ ପୋଲିସ ତାଙ୍କୁ ଧକ୍କା ମାରିବା ସହ ଦୁବ୍ୟର୍ବହାର ପ୍ରଦର୍ଶନ କରିଥିବା ଅଭିଯୋଗ କରିଛନ୍ତି ଭକ୍ତ। ଏନେଇ ଥାନାରେ ମାମଲା ହୋଇନଥିଲେ ମଧ୍ୟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଏସପି ଏହାର ତଦନ୍ତ କରୁଛନ୍ତି।.
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…