Below header

ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ : ପଶ୍ଚିମ ଓଡ଼ିଶାର ସମସ୍ତ ଓକିଲ ସଂଘର ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି

ସମ୍ବଲପୁର (କେନ୍ୟୁଜ): ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ପଶ୍ଚିମ ଓଡ଼ିଶାର ସମସ୍ତ ଓକିଲ ସଂଘର ଆନ୍ଦୋଳନ ସ୍ଥଗିତ ରଖିବାକୁ ନିଷ୍ପତ୍ତି ହୋଇଛି । କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଏହି ନିଷ୍ପତ୍ତି ନେଇଛି । ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ ପରେ ଆଜି ଆନ୍ଦୋଳନ ସ୍ଥଗିତ ରଖିବା ପାଇଁ ନିଷ୍ପତ୍ତି ହୋଇଛି ।

ପଶ୍ଚିମ ଓଡ଼ିଶାରେ ଓଡ଼ିଶା ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ହେବା ନେଇ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆଶାବାଦୀ ଅଛି ବୋଲି କ୍ରିୟାନୁଷ୍ଠାନ କମିଟି କହିଛି। ସେହିପରି କମିଟି ଆନ୍ଦୋଳନ ସ୍ଥଗିତ ରଖିବା ସହିତ ସୁପ୍ରିମକୋର୍ଟଙ୍କ ଉପରେ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛି। ଏନେଇ କମିଟି କେନ୍ଦ୍ର, ରାଜ୍ୟ ସରକାର ଓ ହାଇକୋର୍ଟଙ୍କ ଉପରେ ମଧ୍ୟ ଭରସା ରଖିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.