ଭୁବନେଶ୍ୱର : ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସମ୍ଭାବନା । ଏବେ ଉତ୍ତର ବାଂଲାଦେଶ ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି । ପ୍ରଭାବରେ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ୨୫ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ପ୍ରବଳ ବର୍ଷା ପାଇଁ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଆଲର୍ଟ ଦିଆଯାଇଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଦୁଇ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ ଝାରୁସୁଗୁଡ଼ା ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।