ସଜେଇ ହେଲାଣି ଜନତା ମୈଦାନ: କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ, ରହିଛି ସାରା ଓଡିଶାର ନଜର

ଭୁବନେଶ୍ୱର (କେନ୍ୟୁଜ): କିଏ ହେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ । ୧୦ ତାରିଖ ସକାଳ ୧୦ଟାରେ ବସିବ ବିଜେପି ବିଧାୟକ ଦଳ ବୈଠକ। ଏଥିରେ ନୂଆ ବିଧାୟକ ଦଳ ନେତା ଚୟନ କରାଯିବ । କିଏ ଧରିବେ ରାଜ୍ୟ ବିଜେପି ମଙ୍ଗ, କିଏ ହେବେ ମୁଖ୍ୟମନ୍ତ୍ରୀ । ରାଜ୍ୟରେ ବିଜେପି ସଂଖ୍ୟା ଗରିଷ୍ଠତା ହାତେଇଥିବାବେଳେ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଅନେକ ଚେହେରା ଉପରେ ନଜର ରହିଛି । ତେବେ ବିଧାୟକ ବୈଠକରେ ଏନେଇ ଘୋଷଣା ହୋଇପାରେ ।

ଆଜି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ ସହ ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଜ୍ୟ ସଭାପତି ମନମୋହନ ସାମଲ ଓ ସଙ୍ଗଠନ ମହାମନ୍ତ୍ରୀ ମାନସ ମହାନ୍ତି ଆଜି ଭୁବନେଶ୍ବର ପହଞ୍ଚିବେ। ଜନତା ମୈଦାନରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ କାର୍ଯ୍ୟକ୍ରମ । ପ୍ରଥମଥର ପାଇଁ ଓଡ଼ିଶାରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ଶପଥ ସମାରୋହରେ ସାମିଲ ହେବାକୁ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ବହୁ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ସୋମବାର ସଂଧ୍ୟାରେ ଭୁବନେଶ୍ବର ଜନତା ମଇଦାନରେ ଶପଥ ଗ୍ରହଣ ସମାରୋହ ହେବ। ଶପଥ ଗ୍ରହଣର ପ୍ରସ୍ତୁତି ନେଇ ତଦାରଖ କରିବେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଟିମ୍। ସରକାର ଗଠନ ନେଇ ନୂଆଦିଲ୍ଲୀରେ ଘନଘନ ବୈଠକ ଚାଲିଛି ।

Leave A Reply

Your email address will not be published.