ସମ୍ପର୍କ ମୋହରେ ବନ୍ଧା ପରିବାର: ସାନ ଭାଇର ମୃତ୍ୟୁରେ ଭାଙ୍ଗିପଡି ପରିବାର ସଦସ୍ଯଙ୍କ ଆତ୍ମହତ୍ଯା ଉଦ୍ଯମ, ଜଣେ ମୃତ

ଝାରସୁଗୁଡା(କେନ୍ଯୁଜ୍): ସାନ ଭାଇର ମୃତ୍ୟୁରେ ଭାଙ୍ଗିପଡି ଆତ୍ମହତ୍ୟା ଉଦ୍ୟମ କରିଥିବା ଝାରସୁଗୁଡା ଲହଣ୍ଡାବୁଡ଼ର ୫ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଯାଇଛି | ମୃତକ ଜଣକ ଶ୍ରୀକାନ୍ତ ବିଶ୍ୱାଳ ହୋଇଥିବା ବେଳେ ସେ ପରିବାରର ବଡ ଭାଇ ବୋଲି ଜଣାପଡିଛି | ସୂଚନା ମୁତାବକ ପରିବାରର ସମସ୍ତ ସଦସ୍ଯଙ୍କ ଅବସ୍ଥା ଗୁରୁତର ହେବାରୁ ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଝାରସୁଗୁଡ଼ାରୁ ବୁର୍ଲାକୁ ସ୍ଥାନାନ୍ତର କରାଯାଇଥିଲା | କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଛି | ରିପୋର୍ଟ ଅନୁଯାୟୀ ଗତ ୧ ତାରିଖରେ ସାନ ଭାଇ ଦୀପକ ବିଶ୍ୱାଳଙ୍କର ମୃତ୍ୟୁ ହେବା ପରେ ଦୁଃଖରେ ଭାଙ୍ଗିପଡି ପରିବାରର ସଦସ୍ୟ ମା ପୁଷ୍ପବତୀ, ଭାଇ ଶ୍ରୀକାନ୍ତ (୩୩) ଭଉଣୀ ଲିଲି (୩୮), ପିଙ୍କି(୩୦), ବନ୍ଦିତା( ୩୫) ବିଷପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ |

ଏ ବାବଦରେ ପଡୋଶୀମାନେ ଜାଣିବା ପରେ ପୋଲିସକୁ ଖବର ଦେଇଥିଲେ | ଖବର ପାଇବା ପରେ ପୋଲିସ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା | ମିଳିଥିବା ସୂଚନା ମୁତାବକ ୨୦୧୮ ମସିହାରେ ଝାରସୁଗୁଡା ବେହେରାମାଲରେ ଏକ ବାଇକ ଦୁର୍ଘଟଣା ହୋଇଥିଲା | ଏଥିରେ ଦୀପକ ବିଶ୍ୱାଳ(୨୨) ଗୁରୁତର ଆହତ ହୋଇ କୋମାକୁ ଚାଲିଯାଇଥିଲେ | ଦୀପକଙ୍କ ଚିକିତ୍ସା ପାଇଁ ପରିବାର ଲୋକ ପ୍ରାୟ ୩୦ ଲକ୍ଷ ଟଙ୍କା ଖର୍ଚ୍ଚ କରିସାରିଥିଲେ | ଘରେ ଦୀପକଙ୍କ ଚିକିତ୍ସା ଚାଲିଥିବାବେଳେ ଜୁନ ୧ ତାରିଖରେ ସେ ଗୁରୁତର ହୋଇପଡିଥିଲେ | ଏହାପରେ ଦୀପକଙ୍କୁ ତାଙ୍କ ସାଙ୍ଗମାନେ ଏକ ଘରୋଇ ନର୍ସିଂହୋମକୁ ନେଇଯାଇଥିଲେ | ସେଠାରେ ଦୀପକଙ୍କର ମୃତ୍ୟୁ ହେବା ପରେ ସାଙ୍ଗମାନେ ଦୀପକଙ୍କ ମୃତ ଦେହକୁ ତାଙ୍କ ଘରକୁ ନେଇ ଆସିଥିଲେ | ଏହାପରେ ଭାଇର ମୃତ୍ୟୁ ପରେ ଦୀପକଙ୍କ ପରିବାରରେ ଜଣେ ଭାଇ, ତିନି ଜଣ ଭଉଣୀ ଓ ମା ଆତ୍ମହତ୍ୟା ଉଦ୍ୟମ କରିଥିଲେ |

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.