ରାଜ୍ୟ

ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ

ବଣାଇ(କେନ୍ୟୁଜ) :  ସ୍ତ୍ରୀ ହନ୍ତା ସ୍ୱାମୀ। କେଉଁଠି ପିଟି ପିଟି ମାରିଲା ତ କେଉଁଠି ହାଣିଲା। ସ୍ତ୍ରୀକୁ ଠେଙ୍ଗାରେ ପିଟି ହତ୍ୟା କଲା ସ୍ୱାମୀ। ହତ୍ୟା ପରେ ଘର ପଛ ବାଡ଼ିରେ ପୋତି ଦେଲା ମୃତଦେହ। ସୁନ୍ଦରଗଡ଼ ଜିଲ୍ଲା ବଣାଇ ବାବୁନୁଆଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ପୋଲିସ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ କରୁଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି ରହିଛି।

ସେହିପରି ପାରିବାରିକ କଳହ ପୁଣି ନେଇଛି ଜଣେ ମହିଳାଙ୍କ ଜୀବନ । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ସ୍ୱାମୀ । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଆଖୁପଦର ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତ ମହିଳା ସେହି ଗାଁର ଗୀତା ମୁଳି ।

ସ୍ତ୍ରୀକୁ ହତ୍ୟା କରିବା ପରେ ଅଭିଯୁକ୍ତ ସ୍ୱାମୀ ରାଜୁ ମୁଳି ପଡୋଶୀଙ୍କୁ ଏ ସମ୍ପର୍କରେ ଜଣାଇଥିଲା । ଏନେଇ ଖବର ପାଇବା ପରେ ଭଞ୍ଜନଗର ଥାନା ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ଅଭିଯୁକ୍ତ ସ୍ୱାମୀ ରାଜୁ ମୁଳିକୁ ଗିରଫ କରିଛି ପୋଲିସ୍‌ ।

Niharanjan

Recent Posts

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

7 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

20 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

20 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

7 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

8 hours ago

ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ, ବିଭିନ୍ନ ସମସ୍ୟା ପଚାରି ବୁଝିଲେ

ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…

9 hours ago