Below header

ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା

ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି।

ଖୋର୍ଦ୍ଧା(କେନ୍ୟୁଜ୍‌) : ସ୍ବାମୀଙ୍କ ମୃତ୍ୟୁ ପରେ ସ୍ତ୍ରୀର ଆତ୍ମହତ୍ୟା। ଭୁବନେଶ୍ବରର ଏକ ଘରୋଇ ମେଡିକାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପତ୍ନୀ ଆତ୍ମହତ୍ୟା କରିଛନ୍ତି। ଘରୋଇ ମେଡିକାଲରେ ବିସ୍ଫୋରଣରେ ଗୁରୁତର ଦିଲ୍ଲୀପ ସାମନ୍ତରାୟଙ୍କର ଗତକାଲି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା।

ଦିଲ୍ଲୀପଙ୍କ ମୃତ୍ୟୁ ପରେ ତାଙ୍କ ପତ୍ନୀଙ୍କୁ ବାପଘର ଲୋକେ ନିଜ ଗାଁ ଜଟଣୀ ନୂଆ ଗାଁକୁ ନେଇଯାଇଥିଲେ। ସେଠାରେ ସେ ଆତ୍ମହତ୍ୟା କରିଛନ୍ତି। ଜଟଣୀ ଥାନା ପୋଲିସ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି। ଦୁଇବର୍ଷ ତଳେ ଉଭୟଙ୍କ ବିବାହ ହୋଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.