ରାଜ୍ୟରେ କମିଛି ଶୀତ, ଆସନ୍ତାକାଲିଠୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ କମିଛି ଶୀତ। ପଶ୍ଚିମା ଝଡ଼ ପ୍ରଭାବରେ କାଲିଠୁ ପୁଣି ଭିଜିବ ଓଡ଼ିଶା। ୩ରୁ ୪ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ କୁଆପଥର ମାଡ଼ ହୋଇପାରେ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ କରିଛି ।

୩ ତାରିଖ ପାଇଁ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଉତ୍ତର ଓଡ଼ିଶାର ଅବଶିଷ୍ଚ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ସେହିପରି ୪ ତାରିଖରେ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ୪ରେ ଉତ୍ତର ଓଡ଼ିଶା ଜିଲ୍ଲାଗୁଡ଼ିକର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ଦିନେ ଦୁଇଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.