କମିଲା ଶୀତ, କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା

ବଦଳିଲା ପାଗ। କମିଲା ଶୀତ । ବଢିଛି ରାତି ତାପମାତ୍ରା। ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢିଛି। ଫଳରେ ଶୀତ ଲହରି କମିଛି । ଅନ୍ୟପଟେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ବଦଳିଲା ପାଗ । କମିଲା ଶୀତ । ବଢିଛି ରାତି ତାପମାତ୍ରା । ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ବଢିଛି । ଫଳରେ ଶୀତ ଲହରି କମିଛି  । ଅନ୍ୟପଟେ ଓଡ଼ିଶା ଉପକୂଳ ବଙ୍ଗୋପସାଗରରେ ଗୁରୁଚାପ ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ କାଲିଠାରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କାଲି ଓ ତାପରଦିନ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ୭ ଜିଲ୍ଲାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଝାରସୁଗୁଡ଼ା, ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ବର ଓ ଭଦ୍ରକକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ମଧ୍ୟକୁ ଉଷ୍ଣ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡ଼ି ଅନୁଭୂତ ହେଉଛି । ଆଜି ଶୀତ ସାଙ୍ଗକୁ କୁହୁଡ଼ି ପ୍ରଭାବ ଟିକେ କମିଛି  ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.