ଆଜିଠୁ ରାଜ୍ୟରେ କମିବ ଶୀତ, କଲବଲ କରିବ କୁହୁଡ଼ି

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ କମିବ ଶୀତ, ବଢିବ ରାତି ତାପମାତ୍ର । ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହିବ । ଏହାର ପ୍ରଭାବରେ ରାଜ୍ୟକୁ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସିବ । ଏହାଫଳରେ ରାତି ତାପମାତ୍ରା ବଢିବ ଓ ଶୀତ କମିଯିବ ବୋଲିପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶୀତର ପ୍ରକୋପ କମିବା ସହ କୁହୁଡ଼ିର ପ୍ରଭାବ ବଢିବ । ବିଶେଷକରି ଆଜି ଓ ଆସନ୍ତାକାଲି ପ୍ରବଳ କୁହୁଡ଼ି ହେବ । ଏଥିପାଇଁ ୪ ଜିଲ୍ଲାକୁ ଚେତବନୀ ଜାରି କରିଛି ପାଣିପାଗ କେନ୍ଦ୍ର ।
୨୨ ତାରିଖରୁ ପରବର୍ତ୍ତୀ ୪ ଦିନ ମଧ୍ୟରେ ରାଜ୍ୟରେ ତାପମାତ୍ରା ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ । ଏଭଳି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ଉମା ଶଙ୍କର ଦାସ । ଏଥିପାଇଁ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦିଆଯାଇଛି ।
Read Also : କମିବ ଶୀତ, ଘନ କୁହୁଡି ନେଇ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ