ଆସନ୍ତା ୨୩ ତାରିଖ ସୁଦ୍ଧା ବିଦାୟ ନେବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ବଢିବ ଶୀତ

କେନ୍ୟୁଜ୍(ବ୍ୟୁରୋ):ଆସନ୍ତା ୨୪ ଘଣ୍ଟା ଭିତରେ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ଗଜପତି, ଗଂଜାମ, କୋରାପୁଟ, ପୁରୀ, ଜଗତସିଂହପୁରର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ରାଜ୍ୟର ଅନ୍ୟ ସବୁ ସ୍ଥାନରେ ପାଗ ଶୁଖିଲା ରହିବ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ସେପଟେ ରାଜ୍ୟରୁ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଏବେ ଜାରି ରହିଛି। ଓଡ଼ିଶାର ବାକି ଅଞ୍ଚଳରୁ ମୌସୁମୀ ଅପସାରଣ ନେଇ ପାଗ ଅନୁକୂଳ ରହିଛି । ଆସନ୍ତା ୨୩ ତାରିଖ ସୁଦ୍ଧା ସାରା ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସଂପୂର୍ଣ୍ଣ ଅପସରି ଯିବାର ସମ୍ଭାବନା ରହିଛି ।

୨୫ ତାରିଖରୁ ରାଜ୍ୟ ମଧ୍ୟକୁ ଜମ୍ମୁ-କଶ୍ମୀର ଅଞ୍ଚଳରୁ ଉତ୍ତରା ପବନ ବହିବା ଆରମ୍ଭ ହେବ। ଏଣୁ ୨୬ ତାରିଖରୁ ରାଜ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ। ୨୬ ରୁ ୨୮ ତାରଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨.୫ ଡିଗ୍ରି କମିବ। ତେବେ ୨୨ ତାରିଖରୁ ରାଜ୍ୟର ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ୧.୯ରୁ ୧.୫ ଡିଗ୍ରି ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ହାଲୁକା ଶୀତ ଅନୁଭୂତ ହେବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.