ଆଜିଠୁ ଦୁଇ ଦିନ ଉତ୍ତର ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା, ୧୧ରୁ ପୁଣି ବଢିବ ଶୀତ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଦୁଇ ଦିନ ଭିଜିବ ଓଡ଼ିଶା । ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ଦୁଇ ଦିନ ବର୍ଷା ହେବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା । ୬ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆସନ୍ତାକାଲି ବୃଦ୍ଧି ହେବ ବର୍ଷାର ପରିମାଣ। ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହେବ ।

ଆଗାମୀ ଦୁଇ ଦିନ ସର୍ବନିମ୍ନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ସେଲସିୟସ ବୃଦ୍ଧି ସମ୍ଭାବନା ରହିଛି । ୧୧ ତାରିଖରୁ ରାତି ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲସିୟସ ଖସି ପାରେ । ପୁଣି ବଢିବ ଶୀତ। ଆସନ୍ତା ସୋମବାରରୁ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.