୧୮ରୁ ରାଜ୍ଯରେ ଆହୁରି ବଢିବ ଶୀତ ! ଆସନ୍ତାକାଲି କିଛି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ବର: ରାଜ୍ୟର ଏବେ କମିଛି ଶୀତ। ପ୍ରାୟ ସମସ୍ତ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ବଢିଛି। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨ରୁ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯିବ ନାହିଁ।

୧୬ ତାରିଖ ଆଡ଼କୁ ଉପାନ୍ତ ଉତ୍ତର-ପଶ୍ଚିମ ଜିଲ୍ଲାଗୁଡ଼ିକରେ ସ୍ବଳ୍ପ ବର୍ଷା ହୋଇପାରେ। ୧୮ ତାରିଖ ଆଡ଼କୁ ପୁଣି ରାଜ୍ୟର ସର୍ବନିମ୍ନ ତାପମାତ୍ରା ଖସିବ। ୧୯ ତାରିଖ ସୁଦ୍ଧା ରାତ୍ରି ତାପମାତ୍ରା ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ ଓ ରାଜ୍ୟରେ ଶୀତ ଆରମ୍ଭ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କହିଛି।

fogତେବେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ ୧୨ ଡିଗ୍ରି ରେକର୍ଡ ହୋଇଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ୧୬ ତାରିଖ ଉପାନ୍ତ ଉତ୍ତର-ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକ ଯଥା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ,  ଅବଶିଷ୍ଟ ଜିଲ୍ଲାରେ ପାଗ ଶୁଖିଲା ଓ କୋହଲା ରହିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.