ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକ୍ରିୟ ହେବ ଘୂର୍ଣ୍ଣିବଳୟ !

ଭୁବନେଶ୍ବର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହି ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ମୁହାଁ ହୋଇ ଗତି କରିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସକ୍ରିୟ ହେବ । ଏହାର ପ୍ରଭାବରେ ଆସନ୍ତା ୭୨ ଘଣ୍ଟା ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ ଜିଲ୍ଲା ଗୁଡ଼ିକରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଅକଳନ କରିଛି । ସେସିପରି ଦକ୍ଷିଣ ଏବଂ ପଶ୍ଚିମ ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ଆଶଂକା ଥିବାରୁ ମତ୍ସଜୀବୀମାନଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.