୪୮ ଘଣ୍ଟା ଭିତରେ ଆଣ୍ଡାମାନ ସାଗର ନିକଟବର୍ତ୍ତୀ ହେବ ମୌସୁମୀ, ସପ୍ତାହେ ଆଗରୁ ଛୁଇଁପାରେ କେରଳ

କେନ୍ୟୁଜ୍(ବ୍ୟୁରୋ): ଏଥର ସଅଳ ଆସିବ ମୌସୁମୀ । ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ସଂଲଗ୍ନବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ମୌସୁମୀ ଆଗକୁ ବଢ଼ିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ନିର୍ଦ୍ଧାରିତ ସମୟ ପୂର୍ବରୁ ଭାରତରେ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।

୪୮ ଘଣ୍ଟା ଭିତରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା ରହିଛି । ପ୍ରତିବର୍ଷ ମୌସୁମୀ ପ୍ରାୟତଃ ଜୁନ୍‌ ୧ ତାରିଖରେ କେରଳ ଉପକୂଳ ଛୁଇଁଥାଏ । ଏବର୍ଷ ସପ୍ତାହେ ଆଗରୁ ଛୁଇଁପାରେ । ତେବେ ନିର୍ଦ୍ଦିଷ୍ଟ ଭାବରେ ମୌସୁମୀ କେବେ ଓଡ଼ିଶା ଛୁଇଁବ ସେନେଇ ସୂଚନା ନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.