ରାଜ୍ୟ

ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ସ୍ବାମୀ ଆଗରେ ସ୍ତ୍ରୀକୁ ଗଣଦୁଷ୍କର୍ମ ଅଭିଯୋଗ। ଥାନାରେ ମାମଲା ରୁଜୁ ପରେ ପୋଲିସର ତଦନ୍ତ ଆରମ୍ଭ। ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ବାରୁଆଁ ଗାଁ ନିକଟ କେନାଲ ରାସ୍ତାରେ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଯାଜପୁର ଜିଲ୍ଲା କଲରଙ୍ଗିଅତା ଗାଁର ଏକ ଦମ୍ପତି ୨୦ତାରିଖରେ ଭୁବନ ଆସିଥିଲେ।

ସଂଧ୍ୟାରେ ସେମାନେ ଏକ ମୋଟର ସାଇକେଲରେ ଘରକୁ ଫେରୁଥିବା ବେଳେ କେନାଲ ରାସ୍ତାରେ ୫ଜଣ ଯୁବକ ସେମାନଙ୍କୁ ଅକଟାଇଥିଲେ। ସ୍ବାମୀଙ୍କୁ ପ୍ରବଳ ମାଡ଼ ମାରିବା ସହ ଉଭୟଙ୍କ ଠାରୁ ୨ଟି ମୋବାଇଲ ଛଡାଇନେଇଥିଲେ।

ପରେ ମହିଳାଙ୍କୁ ୫ଜଣ ଯୁବକ ଜଣକ ପରେ ଜଣେ ଦୁଷ୍କର୍ମ କରିଥିଲେ। ଏହାକୁ ମୋବାଇଲରେ ରେକର୍ଡ କରିବା ସହ କାହାକୁ ଜଣାଇଲେ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏକ ମୋବାଇଲ ନମ୍ବରରେ ୟୁପିଆଇ ଜରିଆରେ ୧୦ହଜାର ଟଙ୍କା ମଧ୍ୟ ନେଇଯାଇଥିଲେ।

ଏନେଇ ଉଭୟ ସ୍ବାମୀ ସ୍ତ୍ରୀ ଭୂବନରେ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଢେ଼ଙ୍କାନାଳ ମେଡିକାଲରେ ମହିଳାଙ୍କ ଡାକ୍ତରୀ ମାଇନା କରି ତଦନ୍ତ ଜାରି ରଖିଛି ପୋଲିସ। ତେବେ ଏନେଇ କାହାର ପ୍ରତିକ୍ରିୟା ମିଳିପାରିନାହିଁ।.

Niharanjan

Recent Posts

କାଳବୈଶାଖୀର କରାଳ ରୂପ, ବଜ୍ରାଘାତ ନେଲା ୧୨ ଗାଇଙ୍କ ଜୀବନ

ଲକ୍ଷ୍ମୀପୁର : ଆଜି କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ଗଦରାଗୁଡ଼ା ଏବଂ ପିଲ୍କୁର୍ ଗାଁରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି…

33 mins ago

ସାନଖେମୁଣ୍ଡିରେ କାଳବୈଶାଖୀ ବର୍ଷା, ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ ଗାନ୍ଧୀ ଛକରେ ବଜ୍ରାଘାତରେ ଦୁଇ ଯୁବକଙ୍କ ମୃତ୍ୟୁ…

1 hour ago

୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତ ମୃତ୍ୟୁ ୨୦, ରାଜସ୍ୱ କମିସନଙ୍କ କାର୍ଯ୍ୟାଳୟ ଦେଲା ସୂଚନା

ଗତ ୭୨ ଘଣ୍ଟାରେ ରାଜ୍ୟରେ ଅଂଶୁଘାତରେ ୨୦ଜଣଙ୍କ ମୃତ୍ୟୁ ଘଟିଛି । ଏହି ସମୟ ମଧ୍ୟରେ ୯୯ଟି ଅଂଶୁଘାତଜନିତ ମୃତ୍ୟୁ…

2 hours ago

ବର୍ଷେ ପରେ ବି ତାଜା ଅଛି ସେହି ଭୟଙ୍କର ଦୁର୍ଘଟଣାର ସ୍ମୃତି, ମନେ ପକାଉଛନ୍ତି ଗାଁ ଲୋକେ ଓ ସ୍ୱେଚ୍ଛାସେବୀ

ସେହି ରେଳ ଧାରଣା ଅଛି । ସେଇଠି ଟ୍ରେନ୍‌ ବି ଚାଲୁଛି । ତଥାପି ଗୁମୁରି ଗୁମୁରି କାନ୍ଦୁଛି ଏ…

3 hours ago

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ…

3 hours ago

କାମ ସାରି ଗଛ ମୂଳେ ବିଶ୍ରାମ ନେଉଥିଲେ, ହଠାତ୍‌ ମାରିଲା ବିଜୁଳି ଚାଲିଗଲା ୨ ଯୁବକଙ୍କ ଜୀବନ

ଗଞ୍ଜାମ : ପ୍ରବଳ ଗ୍ରୀଷ୍ମ ପ୍ରବାହ ଲାଗିରହିଛି । ଅସହ୍ୟ ଗରମ ଗୁଳୁଗୁଳିରେ ଛଟପଟ ହେଉଛନ୍ତି ପୁରା ଓଡ଼ିଶାବାସୀ ।…

3 hours ago