ନକ୍ସଲ-ପୋଲିସ ଗୁଳିବିନିମୟ, ମହିଳା ମାଓବାଦୀ ମୃତ

ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଛି।

ମାଲକାନଗିରି (କେନ୍ୟୁଜ): ଏନକାଉଣ୍ଟରରେ ମହିଳା ମାଓବାଦୀ ମୃତ। ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟରେ ଜଣେ ହାର୍ଡକୋର ମହିଳା ମାଓବାଦୀଙ୍କ ମୃତ୍ୟୁ ହୋଇଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଗଙ୍ଗଲୁର ଜଙ୍ଗଲରେ ମାଓବାଦୀ ଲୁଚି ଥିବା ଖବର ପାଇ ସର୍ଚ୍ଚ ଅପରେସନ କରାଯାଇଥିଲା। ଏହି ସମୟରେ ପୋଲିସ-ମାଓବାଦୀଙ୍କ ମଧ୍ୟରେ ଦୀର୍ଘ ସମୟ ଧରି ଗୁଳିବିନିମୟ ହୋଇଥିଲା।

ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ କରାଯାଇଛି। STF, DRG ଓ CRPF ଯବାନଙ୍କ ମିଳିତ ଅପରେସନ ବେଳେ ଏହି ସଫଳତା ମିଳିଛି। ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନକୁ ଜୋରଦାର କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.