ରାଜ୍ୟ

ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର, ଦୁଇ ଦିନ ଧରି ଥିଲେ ନିଖୋଜ

ଜଳେଶ୍ବର (କେନ୍ୟୁଜ); ବାଲେଶ୍ବର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ବଡମନ୍ଦାରୁଣୀ ଗ୍ରାମର ଚନ୍ଦନ ପୋଖରୀରୁ ମହିଳାଙ୍କ ମୃତଦେହ ଉଦ୍ଧାର । ମୃତକଙ୍କ ନାଁ ଜାନକୀ ଗୋଚ୍ଛାୟତ ବୋଲି ଜଣାପଡିଛି।

ସୂଚନା ଅନୁସାରେ ଜାନକୀ ଦୁଇ ଦିନ ପୂର୍ବରୁ ଘରୁ କେଉଁ ଆଡକୁ ଚାଲି ଯାଇଥିଲେ। ପରିବାର ଲୋକେ ବହୂ ଖୋଜାଖୋଜି କରିବା ପରେ ମଧ୍ଯ ତାଙ୍କର କୌଣସି ସନ୍ଧାନ ମିଳି ନଥିଲା । ଆଜି ସକାଳୁ ଚନ୍ଦନ ପୋଖରୀକୁ କିଛି ଗ୍ରାମବାସୀ ଗୋଧୋଇବା ପାଇଁ ଯାଇଥିବା ବେଳେ ଜାନକୀଙ୍କ ମୃତ ଦେହ ପୋଖରୀରେ ଭାସୁଥିବାର ଦେଖିବାକୁ ପାଇଥିଲେ । ଏହାପରେ ପରିବାର ଲୋକେ କମର୍ଦ୍ଦା ଥାନାକୁ ଖବର ଦେଇଥଲେ । ଖବର ପାଇ କମର୍ଦ୍ଦା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଭୋଗରାଇ ଅଗ୍ନିଶମ ବିଭାଗ ସହାୟତାରେ ମହିଳାଙ୍କ ମୃତ ଦେହ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ପୋଖରୀକୁ ଗୋଧୋଇବାକୁ ଯିବା ବେଳେ ମହିଳାଙ୍କ ଗୋଡ ଖସି ଯାଇଥିବା ଅନୁମାନ କରାଯାଉଛି।

Barsha

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago