ପୁରୀ(କେନ୍ୟୁଜ୍):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଜନୈକା ମହିଳା ଡେଇଁ ଜଣେ ତଳେ ପଡି ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଘଟଣା ସ୍ଥଳରୁ ପୋଲିସ ଉକ୍ତ ମହିଳାଙ୍କୁ ଆମ୍ବୁଲାନ୍ସ ଯୋଗେ ପୁରୀ ସଦର ମେଡିକାଲକୁ ପଠାଇଥିଲା । ସେଠାରେ ଡାକ୍ତର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ତେବେ ମୃତକ ମହିଳାଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ମୃତ ଶରୀରକୁ ବ୍ଯବଚ୍ଛେଦ ପାଇଁ ପଠାଇ ଦେଇଛନ୍ତି । ଅନ୍ଯପଟେ ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
ପ୍ରଶ୍ନ ଉଠୁଛି ମହିଳା ଜଣଙ୍କ ସିଂହଦ୍ୱାର ଗୁମୁଟକୁ କିପରି ଚଢିକରି ଗଲେ ଏବଂ ସେଠାରୁ ଡେଇଁ ଆତ୍ମହତ୍ୟା କଲେ ସେନେଇ ସୁରକ୍ଷା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି | ଯାହା ସୂଚନା ମିଳିଛି ମହିଳା ଜଣଙ୍କ ଆନନ୍ଦ ବଜାର ପଟୁ ସିଂହଦ୍ୱାର ଗୁମୁଟକୁ ଚଢିଥିଲେ | ସେଠାରେ ଉପସ୍ଥିତ ଲୋକ ଓ ସେବାୟତ ମାନେ ରୁହ ରୁହ କହିବା ପରେ ମଧ୍ୟ ମହିଳା ଜଣଙ୍କ ଡେଇଁ ଆତ୍ମହତ୍ୟା କରିଥିଲେ | ତେବେ ଆତ୍ମହତ୍ୟା କରିଥିବା ମହିଳା ଜଣଙ୍କ କିନ୍ନର ନା ମହିଳା ତାହା ତଦନ୍ତ ପରେ ସ୍ପଷ୍ଠ ହେବା ନେଇ ପୋଲିସ ଅଧିକାରୀ କହିଛନ୍ତି |
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…