ମର୍ମନ୍ତୁଦ ଦୁର୍ଘଟଣା, ଏକାସାଙ୍ଗରେ ନେଇଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

ଅନୁଗୁଳ (କେନ୍ୟୁଜ୍) : ମର୍ମନ୍ତୁଦ ଦୁର୍ଘଟଣା ଏକାସାଙ୍ଗରେ ନେଇଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ। ଟ୍ରକ ଚାପାରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଅନୁଗୁଳ ୫୫ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ମୃତ ଦୁଇ ଜଣ ଗୋଳାବନ୍ଧ ଗାଁର । ଦୁଇ ଜଣ ସ୍କୁଟିରେ ମାର୍କେଟ ଯାଉଥିବାବେଳେ ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିଲା। ଦୁର୍ଘଟଣାପରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକକୁ ଜବତ କରିବା ସହ ପରିସ୍ଥିତି ନିୟନ୍ତ୍ରଣ କରିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଫେରାର ହୋଇଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.