ରାଜ୍ୟ

ପୁରୀରେ ଦାଦାବଟିକୁ କେନ୍ଦ୍ରକରି ଫୁଟିଲା ଗୁଳି, ଗୁରୁତର ଆହତ ମହିଳା ଚିକିତ୍ସାଳୟରେ ଭର୍ତ୍ତି

ପୁରୀ(କେନ୍ଯୁଜ୍): ଦାଦାବଟିକୁ କେନ୍ଦ୍ରକରି ଫୁଟିଲା ଗୁଳି। ପୁରୀରେ ଗତକାଲି ବିଳମ୍ବିତ ରାତିରେ ମହିଳାଙ୍କୁ ଗୁଳିମାଡ ହୋଇଛି। ଗୁଳିମାଡରେ ସକୁନ୍ତଳା ସାହୁ ନାମକ ଜଣେ ମହିଳା ଗୁରୁତର ଆହତ ହୋଇ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ହେଲେ ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଠାରେ ତାଙ୍କର ଅପରେସନ୍ ଚାଲିଥିବା ସୂଚନା ମିଳିଛି ।

କୁମ୍ଭାରପଡା ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣ ଆଇଟିଆଇ ଛକଠାରେ ଏହି ଗୁଳିମାଡ ହୋଇଛି। ବିଜୁ ବେହେରା ନାମକ ଜଣେ ଯୁବକ ଦାଦାବଟିକୁ କେନ୍ଦ୍ର କରି ମହିଳାଙ୍କୁ ଗୁଳିମାଡ କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କୁମ୍ଭାରପଡା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସକୁନ୍ତଳାଙ୍କୁ ଦାଦାବଟି ମଗାଯାଇଥିଲା।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago