ଭୁବନେଶ୍ୱର : ମହିଳା ଅଧିକାରୀ ଓ କର୍ମଚାରୀଙ୍କୁ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼ିବାକୁ ନିର୍ଦ୍ଦେଶ । ଭୁବନେଶ୍ୱର ନିର୍ମାଣ ସୌଧ ଭିତରେ ଥିବା ଇଞ୍ଜିନିୟର-ଇନ୍-ଚିଫଙ୍କ କାର୍ଯ୍ୟାଳୟରେ ମହିଳା ଅଧିକାରୀ ଓ କର୍ମଚାରୀଙ୍କୁ ସନ୍ଧ୍ୟା ସାଢ଼େ ୫ଟା ସୁଦ୍ଧା ଅଫିସ୍ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଅଫିସରେ କାର୍ଯ୍ୟରତ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଏଭଳି ନିର୍ଦ୍ଦେଶ ଦିଆଯାଇଥିବା ବିଭାଗୀୟ ସୁପରିଟେଣ୍ଡିଂ ଇଞ୍ଜିନିୟର କହିଛନ୍ତି।