କେନ୍ୟୁଜ୍ (ବ୍ୟୁରୋ): କିଟ୍ ଓ କିସ୍ ପକ୍ଷରୁ ଶୁକ୍ରବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । କିସ୍ ଓ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମିଳିତ ଆନୁକୁଲ୍ୟରେ ଆଜି କିସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ କିଟ୍ ଓ କିସ୍ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କିସ୍ ପରିସରରେ ବୃକ୍ଷ ରୋପଣ କରିବା ସହ ସମସ୍ତେ ବୃକ୍ଷ ରୋପଣ କରିବାକୁ ଆହ୍ୱାନ ଦେଇଛନ୍ତି । ଗଛ ହିଁ ଆମର ଜୀବନ । ମାନବ ସମାଜ ତିଷ୍ଟି ରହିବା ପାଇଁ ପରିବେଶ ସୁରକ୍ଷାର ଯଥେଷ୍ଟ ଆବଶ୍ୟକତା ରହିଛି । ଆମକୁ ପ୍ରକୃତି ପ୍ରତି ଯତ୍ନବାନ ହେବାକୁ୍ ପଡିବ ।
ପରିବେଶର ସୁରକ୍ଷା ସମସ୍ତଙ୍କର ଧ୍ୟେୟ ହେବା ଉଚିତ୍ ବୋଲି ଏହି ଅବସରରେ ଶ୍ରୀ ସାମନ୍ତ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ କିଟ୍ ଓ କିସ୍ର ସମ୍ପାଦକ ଆର.ଏନ୍ ଦାଶ, ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ଆଞ୍ଚଳିକ ଅଧିକାରୀ ଡ. ବି. ଦାସ ଓ କିସ୍ର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ପି. କେ. ରାଉତରାୟଙ୍କ ସମେତ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…