Below header

ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା, ପିତୃପୁରୁଷଙ୍କୁ ପିଣ୍ଡଦାନ କଥା ଉଠାଇଲେ ଭକ୍ତ

ପୁରୀ (କେନ୍ୟୁଜ୍) : ଆସନ୍ତାକାଲିଠାରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ବ୍ୟବସ୍ଥା। ତିନି ଜଣିଆ ବିଶେଷଜ୍ଞ କମିଟି, ଆମିକସ କ୍ୟୁରୀ ଓ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଶ୍ରୀମନ୍ଦିର ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଛି। ଭକ୍ତମାନେ ସିଂହଦ୍ୱାର ଦେଇ ଶ୍ରୀଜୀଉଙ୍କୁ ଦର୍ଶନ କରିବେ। ଅନ୍ୟ ତିନି ଦ୍ୱାର ଦେଇ ପ୍ରସ୍ତାନ କରିବେ। ଶୃଙ୍ଖଳିତ ଦର୍ଶନ ପାଇଁ ବାଇଶି ପାହାଚରେ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ତେବେ ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ବାଇଶି ପାହାଚରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରାଯାଇଥାଏ। ତେବେ ଧାଡି ଦର୍ଶନ ଦ୍ୱାରା ଏହି ସୁଯୋଗ ଭକ୍ତ ମାନଙ୍କୁ ମିଳିବ ନାହିଁ ବୋଲି ଆଶଙ୍କା ଦେଖାଦେଇଛି। ସେହିପରି ସେବାୟତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.