Below header

ବାଲିଗୁଡ଼ା: ପୋଲିସ୍ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ, ୧୭ କୋଟିରୁ ଉର୍ଦ୍ଧ ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ

ବାଲିଗୁଡ଼ା : ୧୭ କୋଟି ଟଙ୍କାରୁ ଉର୍ଦ୍ଧ ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ । ଅପରେସନ୍‌ ଗଞ୍ଜେଇ ନଷ୍ଟ ଅଭିଯାନରେ ଚଢାଉ କରି ୧ ଲକ୍ଷ ୭୫ହଜାର ଗଞ୍ଜେଇ ଗଛକୁ କାଟି ପୋଡି ଦିଆଯାଇଛି । ପୋଲିସ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା।

ବାଲିଗୁଡ଼ା ଥାନା ସିନ୍ଦିରୀ ଗାଁ, ନୀଳିପଡ଼ା, ତେମାଙ୍ଗୀ ଅଞ୍ଚଳରେ ବେଆଇନ ଗଞ୍ଜେଇ ଚାଷ କରାଯାଉଥିବା ଖବର ମିଳିବା ପରେ ଆରମ୍ଭ ହୋଇଥିଲା ଅପରେସନ୍‌ । ୧୭୫ଏକରରୁ ଉର୍ଦ୍ଧ୍ୱ ଅ଼ଞ୍ଚଳରେ ନଷ୍ଟ କରାଯାଇଥିବା ଗଞ୍ଜେଇ ଗଛର ଆନୁମାନିକ ମୂଲ୍ୟ ୧୭କୋଟି ୫୦ଲକ୍ଷ ଟଙ୍କା ହେବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.