ରାଜ୍ୟ

ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ସତର୍କତା, ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଜଳୁଛି ପଶ୍ଚିମ ଓଡ଼ିଶା । ଦିନ ସାଢ଼େ ୨ଟା ସୁଦ୍ଧା ୪୨ ଡିଗ୍ରୀ ପାର କରିଛି ତାତି । ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲା । ଦିନ ସାଢ଼େ ୨ଟା ସୁଦ୍ଧା ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ପାଲଟିଛି ସମ୍ବଲପୁର । ସେଠାରେ ତାପମାତ୍ରା ୪୨ ଦଶମିକ ୮ ଜିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛି । ସେହିପରି ହୀରାକୁଦରେ ୪୧.୬, ଝାରସୁଗୁଡ଼ାରେ ରେକର୍ଡ ହୋଇଛି ୪୧ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ।

ଭୁବନେଶ୍ୱରରେ ଦିନ ସାଢ଼େ ୨ଟା ସୁଦ୍ଧା ପାରଦ ରହିଛି ୩୯.୪ ଡିଗ୍ରୀ ସେଲସିୟସ୍‌ । ଚାନ୍ଦବାଲିରେ ୩୮.୮, ବାଲେଶ୍ୱରରେ ୩୭.୮, କେନ୍ଦୁଝରରେ ତାପମାତ୍ରା ରହିଛି ୩୭.୨ ଡିଗ୍ରୀ ସେଲସିୟସ୍‌ । ଦିନରେ ତାତି, ଅପରାହ୍‌ଣ ପରେ ଆଶ୍ୱସ୍ତି ଦେଉଛି କାଳବୈଶାଖୀ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଜି ପାଇଁ ୧୦ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଆସନ୍ତା ୬ ତାରିଖ ଯାଏ ରାଜ୍ୟରେ ଏଭଳି ପାଗ ଜାରି ରହିଛି । କାଲିଠାରୁ ସାମାନ୍ୟ ହ୍ରାସ ପାଇବ କାଳବୈଶାଖୀ ପ୍ରଭାବ ।

KNews Bureau

Recent Posts

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

1 min ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

35 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

42 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

57 mins ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

1 hour ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

2 hours ago