ଆଜିଠୁ ବଙ୍ଗୋପସାଗରରେ ଲଘୁଚାପ, ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା

ଭୁବନେଶ୍ୱର : ଆଜିଠୁ ବଙ୍ଗୋପସାଗରରେ ଲଘୁଚାପ । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଗାମୀ ପାଞ୍ଚଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ୩ଜିଲ୍ଲା ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଜି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶାର ୯ ଜିଲ୍ଲା ୟେଲୋ ଆଲର୍ଟ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାମାନଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । କୌଣସି ପ୍ରକାର ସ୍ଥିତିର ମୁକାବିଲା ପାଇଁ ସଜାଗ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସହରାଞ୍ଚଳର ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ଥିବାରୁ ଜଳ ନିଷ୍କାସନର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।

You might also like