ଜୁନ୍‌ ୭ରେ ଓଡ଼ିଶା ଛୁଇଁବ ମୌସୁମୀ, ଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ନେଇ ୱେଲୋ ଓ୍ଵାର୍ଣ୍ଣିଂ ଜାରି!

ଭୁବନେଶ୍ବର(କେନ୍ୟୁଜ୍‌): ଜୁନ୍‌ ୭ରେ ଓଡ଼ିଶା ଛୁଇଁବ ମୌସୁମୀ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଓ ସଂଲଗ୍ନ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଫଳରେ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳରେ ମୌସୁମୀ ସକ୍ରିୟ ହୋଇଯିବ । ଯଦି ସବୁ ଠିକଠାକ ରୁହେ ଜୁନ୍‌ ୬ କିମ୍ବା ୭ରେ ଓଡ଼ିଶା ମୌସୁମୀର ପ୍ରଥମ ସ୍ପର୍ଶ ପାଇବ ।

ଏବେ ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶା ଜଳୁଥିବା ବେଳେ ମୌସୁମୀର ଶୀଘ୍ର ଆଗମନ ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି କରିଛି । ଆଗକୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ଜାରି ରହିବ । ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜି ରାଜ୍ୟର ୯ ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । କେନ୍ଦୁଝରଳ ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କଟକ ପାଇଁ ୱେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.