Below header

ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ, ୨୪ ଓ ୨୫ ତାରିଖ ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ୍): ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ପରିମାଣ ଅଧିକ ରହିବ। ଏଥିପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୪ ଓ ୨୫ ତାରିଖ ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଘୂର୍ଣ୍ଣିବଳୟ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁ ଉପକୂଳ ଯାଏ ଲମ୍ବିଛି। ଏହାର ପ୍ରଭାବରେ ବର୍ଷା ଲାଗି ରହିଛି। ଗତକାଲି ରାତିରେ ପୁରୀରେ ସର୍ବାଧିକ ୫୪.୬ ମିମି ଅଧିକ ବର୍ଷା ରେକର୍ଡ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.