Below header

ପୁଣି ଆସୁଛି ଆଉ ଏକ ଲଘୁଚାପ

କେନ୍ୟୁଜ (ବ୍ୟୁରୋ): ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ଆସନ୍ତା ୧୦ ତାରିଖ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଓ ଘଡଘଡି ହେବାର ସମ୍ଭାବନା ରହିଛି । ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ଥିବାରୁ ଏବେ ସେଭଳି କୌଣସି ବଡ ବର୍ଷାର ସମ୍ଭାବନା ନାହିଁ ।

ବିଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢି ଚାଲିଛି । ପାଖାପାଖି ୧୩ଟି ଜିଲ୍ଲାରେ ତାପମାତ୍ରା ୩୦ ଡିଗ୍ରୀ ସେଲସିୟସ ଉପରେ ରହିଛି । କିନ୍ତୁ ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି । ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୬ ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

 

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.