ରଜକୁ ଫିକା କରିବ ବର୍ଷା, ରାଜ୍ୟର ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ଫଳରେ ଆସନ୍ତା କାଲି ରଜ ପଡିଯାଇପାରେ ଫିକା ଫିକା। ଓଡିଶାର ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି। ଫଳରେ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ରାଜ୍ୟର ୮ଟି ଜିଲ୍ଲା ଯଥା ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଲପୁର, ଝାରସୁଗୁଡା ଏବଂ ସୁନ୍ଦରଗଡ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ୮ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରୀ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.