ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଦୁଇ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ! ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୮ରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ପୂର୍ବରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୦ ତାରିଖ ଆଡ଼କୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସହ ଓଡ଼ିଶାକୁ ପ୍ରବେଶ କରିବ ମୌସୁମୀ। ଆଞ୍ଚଳିକ ପାଣିପାଗ ବିଜ୍ଞ‌ାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲା‌ଗି ରହିବ।

ସୂଚନା ଅନୁଯାୟୀ, ଆଜି ଏବଂ ଆସନ୍ତାକାଲି ରାଜ୍ୟରେ କାଳବୈଶାଖୀ ବର୍ଷା ହେବ। ଆଜି ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ‌ହେବା ସହ ଆସନ୍ତାକାଲି କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। କେନ୍ଦ୍ର ପକ୍ଷରୁ ଏହି ୯ଟି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

odisha weatherଅପରପଟେ କେନ୍ଦ୍ରୀୟ ଆରବ ସାଗର, ଦକ୍ଷିଣ ପଶ୍ଚିମ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ-ପୂର୍ବ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର‌ର କିଛି ସ୍ଥାନ ସମେତ କର୍ଣ୍ଣାଟକ, ତାମିଲନାଡୁ, ପୁଡୁଚେରୀ ଓ କରାଇକଲ୍‌ରେ ମୌସୁମୀ ବାୟୁ ସକ୍ରିୟ ହେବା ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହୋଇଛି। ଯାହା ଫଳରେ ଏହା ଦେଶର ଅଧିକାଂଶ ସ୍ଥାନ‌ରେ ଦୁଇ ଦିନ ଧରି ବର୍ଷା କରାଇବାର ସମ୍ଭାବନା ରହିଛି।

 

Leave A Reply

Your email address will not be published.