ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ସମ୍ଭାବନା, ୧୯ ଜିଲ୍ଳାରେ ୟେଲୋ ଓ୍ଵାର୍ଣ୍ଣି ଜାରି

ଭୁବନେଶ୍ୱର(କେନ୍ୟୁଜ୍‌) :  ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୯ ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼,ଗଞ୍ଜାମ, ଗଜପତି, କନ୍ଧମାଳ,ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ।

ସୋମବାର ମଧ୍ୟାହ୍ନ ସୁଦ୍ଧା ଏହିସବୁ ଜିଲ୍ଲାରେ କାଳବୈଶାଖୀ ସହ ଘୁର୍ଣ୍ଣି ଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଯାଜପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.