ଭୁବନେଶ୍ୱର(କେନ୍ୟୁଜ୍) : ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ୧୯ ଜିଲ୍ଳାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ଼,ଗଞ୍ଜାମ, ଗଜପତି, କନ୍ଧମାଳ,ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ନୂଆପଡ଼ା, ବଲାଙ୍ଗିର ଓ କଳାହାଣ୍ଡି ।
ସୋମବାର ମଧ୍ୟାହ୍ନ ସୁଦ୍ଧା ଏହିସବୁ ଜିଲ୍ଲାରେ କାଳବୈଶାଖୀ ସହ ଘୁର୍ଣ୍ଣି ଝଡ଼ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ଯାଜପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢ଼େଙ୍କାନାଳ ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…