ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ, ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଲର୍ଟ

ଆଜି ବଡ଼ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷା । ୧୮ ପରେ ଏକ ଲଘୁଚାପ ସୃଷ୍ଟି ଯୋଗୁଁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। କାଲି ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ପୁଣି ରାଜ୍ୟରେ ସକ୍ରିୟ ହେବ ମୌସୁମୀ। ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷିପାରେ । ଏବେ ଉତ୍ତର ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଜି ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ଆଲର୍ଟ କରିଛି ପାଣିପାଗ ବିଭାଗ ।

ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଉପକୂଳ ଓଡ଼ିଶା ସମେତ କେଂଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ଆଜି ବଡ଼ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷା । ୧୮ ପରେ ଏକ ଲଘୁଚାପ ସୃଷ୍ଟି ଯୋଗୁଁ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। କାଲି ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୧୭ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଦେଇଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.