ଭିଜାଇବ ବର୍ଷା: ୧୪ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା, ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର(କେନ୍ୟୁଜ) : ଭିଜାଇବ କାଳବୈଶାଖୀ ବର୍ଷା। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ପାଣିପାଗ ବିଭାଗ। ଗତ କିଛି ଦିନ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ସିଝିବା ପରେ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଗତକାଲି ରାଜ୍ୟରେ ତାପମାତ୍ରା ଅପେକ୍ଷାକୃତ କମ ରହିଥିଲା।

ମାତ୍ର ୫ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବାବେଳେ ବୌଦ୍ଧରେ ସର୍ବାଧିକ ୪୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା। ଆଜି ୮ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ ଯାଏ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବାରୁ ବିଭିନ୍ନ ଜିଲ୍ଲା ପାଇଁ ଆସନ୍ତା ୪ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.