ରାଜ୍ୟ

ଟ୍ୱିନ ସିଟିରେ କୋହଲା ପାଗ ସହ ହାଲୁକା ବର୍ଷା; ୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (କେନ୍ୟୁଜ): ଟ୍ୱିନ ସିଟିରେ ସକାଳୁ କୋହଲା ପାଗ ଦେଖିବାକୁ ମିଳିଛି । ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝିପିଝିପି ବର୍ଷା ଲାଗି ରହିଛି । ୧୦ ଜିଲ୍ଲାର କେତେକ ସ୍ଥାନରେ କୋହଲା ପାଗ ସହ ହାଲୁକା ବର୍ଷା ଦେଖିବାକୁ ମିଳିଛି । ୩ ଘଣ୍ଟା ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।  ଏହି ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା,ସମ୍ବଲପୁର, ନୂଆପଡ଼ା, ବୌଦ୍ଧ, ଅନୁଗୋଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ଦେବଗଡ଼। ଅନେକ ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ମାରୁଥିବାରୁ ଆସନ୍ତା କିଛି ଘଣ୍ଟା ଘରୁ ନ ବାହାରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ସେହିପରି ୧୦ ଜିଲ୍ଲାର କୋହଲା ପାଗ ସହ ହାଲୁକା ବର୍ଷା ହେବା ନେଇ ପାଣିପାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ ସୋନପୁର, ବଲାଙ୍ଗୀର, ଅନୁଗୋଳ ଓ ଦେବଗଡ଼ ।

ରାଜ୍ୟବାସୀଙ୍କୁ ଗ୍ରୀଷ୍ମ ପ୍ରକୋପରୁ ମୁକ୍ତି ମିଳିଛି ।  କାଳବୈଶାଖି ବର୍ଷା ଆଶ୍ବସ୍ତି ଦେଇଛି। ବର୍ତ୍ତମାନ ରାଜ୍ୟର ପାଣିପାଗ ସ୍ବାଭାବିକ ସ୍ଥିତିରେ ଥିବା ବେଳେ ପାରଦ ତଳ ମୁହାଁ ରହିଛି ।  ଲଗାତର ତୃତୀୟ ଦିନରେ ରାଜ୍ୟରେ କୌଣସି ସ୍ଥାନରେ ପାରଦ ୪୦ ଡିଗ୍ରୀ ଟପି ନ ଥିବା ନଜରକୁ ଆସିଛି । ତେବେ ୧୩ ତାରିଖ ପରଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରୀ ସେଲସିୟସ ବୃଦ୍ଧି ହୋଇପାରେ ।

ଆଭ୍ୟନ୍ତରୀଣ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ବା ତା ଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ୧୭ ଓ ୧୮ ବେଳକୁ ତାପମାତ୍ରା ୪୨ ରୁ ୪୪ ଡିଗ୍ରୀ ଛୁଇଁବା ଆଶଂକା ରହିଛି ।  ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳ ଓଡ଼ିଶାର କେତକେ ସ୍ଥାନରେ ଅଧିକ ତାପମାତ୍ରା ଅନୁଭୂତ ହୋଇପାରେ ।

Barsha

Recent Posts

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

39 seconds ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

36 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

47 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago