ରାଜ୍ୟ

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ ୫ ଜିଲ୍ଲା ବଲାଙ୍ଗିର,ବରଗଡ଼, କଳାହାଣ୍ଡି, ନୂଆପଡା ଓ ସୋନପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଭ୍ୟନ୍ତରୀଣ ଓଡିଶାରେ ବି ତାତିର ପ୍ରକୋପ ଜାରି ରହିବ ।  ଉପକୂଳ ଓଡିଶାରେ ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି।  ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୪ ତାରିଖ ଯାଏ ଏଭଳି ସ୍ଥିତିରୁ ମିଳିବନି ନିସ୍ତାର ।

ସେପଟେ ଆଜି ରାଜ୍ୟର କିଛି କିଛି ସ୍ଥାନରେ ବର୍ଷାର ସମ୍ଭାବନା ରହିଛି ।  ବିଶେଷକରି ଦକ୍ଷିଣ – ଉତ୍ତର ଓଡ଼ିଶାରେ ବର୍ଷା ହୋଇପାରେ ।  ମୟୂରଭଞ୍ଜ , କେନ୍ଦୁଝର , ବାଲେଶ୍ଵର , ଝାରସୁଗୁଡ଼ା , ସୁନ୍ଦରଗଡ଼ , ରାୟଗଡ଼ା , ମାଲକାନଗିରି , ଅନୁଗୁଳ , ଯାଜପୁର , ଭଦ୍ରକ , ଜଗତସିଂହପୁର , କେନ୍ଦ୍ରାପଡ଼ା , ନବରଙ୍ଗପୁର , କଳାହାଣ୍ଡି , କନ୍ଧମାଳ , ଗଞ୍ଜାମ , ଗଜପତି ଓ ନୂଆପଡ଼ାର କିଛି କିଛି ସ୍ଥାନରେ ଆଜି ଘଡଘଡି ସହ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି ।  ଆସନ୍ତା ୪ ତାରିଖ ପରଠାରୁ କମିବ ବର୍ଷାର ପରିମାଣ ।  ଦକ୍ଷିଣ ପଶ୍ଚିମ ମୌସୁମୀ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ରହିଥିଲେ ମଧ୍ୟ ଓଡିଶାକୁ ମୌସୁମୀ କେବେ ଆସିବା ସେନେଇ ବର୍ତ୍ତମାନ ସୁଦ୍ଧା କୌଣସି ଆକଳନ କରିନାହିଁ ପାଣିପାଗ ବିଭାଗ  ।

Barsha

Recent Posts

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

2 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

15 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

18 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

38 mins ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago

ବାଲେଶ୍ଵରରେ କୋହଳ ହେଲା କର୍ଫ୍ୟୁ କଟକଣା, ଇଣ୍ଟରନେଟ୍ ସେବା ଉପଲବ୍ଧ

ବାଲେଶ୍ୱର : ବାଲେଶ୍ଵରରେ ସ୍ଵାଭାବିକ ହେଉଛି ସ୍ଥିତି । ଆଜିଠୁ ଆହୁରି କୋହଳ ହୋଇଛି କଟକଣା । ଟାଉନ୍ ଥାନା…

2 hours ago