୧୧ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହେବ, ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ

୧୨ ତାରିଖରେ ବିଜୁଳି ଘଡ଼ଘଡ଼ି ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ । ୧୧ ତାରିଖରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆରମ୍ଭ ହେବ । ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିପାଇଁ ୧୯ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୨ ତାରିଖରେ ବିଜୁଳି ଘଡ଼ଘଡ଼ି ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୩ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।  ଅନ୍ୟପଟେ ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲ୍ସ ପୂର୍ବାନୁମାନ କରିଛନ୍ତି, ଆସନ୍ତା ସପ୍ତାହରେ ଆଉ ୨ଟି ଲଘୁଚାପ ସୃଷ୍ଟି ହୋଇପାରେ । ବଙ୍ଗୋପସାଗରରେ ଆସନ୍ତା ସପ୍ତାହ ଆରମ୍ଭରେ ଗୋଟିଏ ଓ ସପ୍ତାହ ଶେଷ ବେଳକୁ ଆଉ ଗୋଟିଏ ଲଘୁଚାପ ଦାନା ବାନ୍ଧିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.