ଓଡ଼ିଶାର କିଛି ଜିଲ୍ଲାରେ ହେବ ପ୍ରବଳ ବର୍ଷା: ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଲଘୁଚାପ ପ୍ରଭାବରେ ୪ ଦିନ ଯାଏ ବର୍ଷା ଲାଗି ରହିବ । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କେନ୍ୟୁଜ୍(ବ୍ୟୁରୋ): ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ। ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ତୀବ୍ର ବୃଷ୍ଟିପାତ ଲାଗି ରହିଛି । ଲଘୁଚାପ ପ୍ରଭାବରେ ୪ ଦିନ ଯାଏ ବର୍ଷା ଲାଗି ରହିବ । ଆଜି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୭ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଆସନ୍ତା କାଲି ଭାରୀ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ସତର୍କତା ଦେଇଛି ପାଣିପାଗ ବିଭାଗ ।

ମୂଷଳଧାରାରେ ବର୍ଷା ସହ ଘନ ଘନ ବଜ୍ରପାତ ସମ୍ଭାବନା ରହିଛି । ଏହାପରେ ୧୧ ତାରିଖ ବେଳକୁ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରେ ୧୩ରେ ଦାନା ବାନ୍ଧିପାରେ ଲଘୁଚାପ । ସମ୍ଭାବ୍ୟ ଦ୍ବିତୀୟ ଲଘୁଚାପ ଯୋଗୁ ୧୫ ତାରିଖ ଯାଏ ବର୍ଷା ହେବ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୮୧୫.୨ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ସ୍ବାଭାବିକ ବର୍ଷା ୯୫୨.୫ ମିମି ତୁଳନାରେ ଏହା ୧୫ ପ୍ରତିଶତ କମ୍ । ୧୦ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ୨୦ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି। ଲଘୁଚାପ ବର୍ଷା ନିଅଣ୍ଟିଆ ସ୍ଥିତିର ଭରଣା କରିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.