Below header

୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି

କେନ୍ୟୁଜ୍(ବ୍ୟୁରୋ): ପୁଣି ଲଘୁଚାପ ସମ୍ଭାବନା । ୨୯ରେ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା ରହିଛି । ଆସନ୍ତା ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପାସାଗର ଅଞ୍ଚଳରେ ଲଘୁଚାପର ସମ୍ଭାବନା ରହିଛି । ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ଘନୀଭୂତ ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଆସନ୍ତା ୨୪ ଘଣ୍ଟାରେ ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ । ଲଘୁଚାପ ବର୍ଷାରେ ନିଅଣ୍ଟିଆ ବର୍ଷା ଭରଣା ହୋଇପାରେ । ମୌସୁମୀ ଋତୁରେ ରାଜ୍ୟରେ ଜୁନ ପହିଲାରୁ ଏଯାଏ ୧୦୮୧ ମିମି ବର୍ଷା ହୋଇଛି । ଯାହାକି ଏହି ସମୟ ମଧ୍ୟରେ ସ୍ବଭାବିକ ବର୍ଷା ୧୧୧୪.୬ ମିମି ତୁଳନାରେ ୩ ପ୍ରତିଶତ କମ । ୩ ଜିଲ୍ଲାର ଅତ୍ୟଧିକ, ୨ ଜିଲ୍ଲାରେ ନିଅଣ୍ଟିଆ ଓ ବାକି ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।.a

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.