ଆଜିଠୁ ତିନିଦିନ କାଳବୈଶାଖୀ, ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜିଠୁ ତିନିଦିନ କାଳବୈଶାଖୀ । ଆଜି ବିଜୁଳି, ଘଡ଼ଘଡ଼ି ବର୍ଷା ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ୧୦ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଗତକାଲି ସୁନ୍ଦରଗଡ ଜିଲ୍ଲା ଟେନସା ଅଂଚଳରେ କୁଆପଥର ମାଡ଼ ସହ ପ୍ରାୟ ଏକ ଘଣ୍ଟା ବର୍ଷା ହୋଇଛି । ଏଥିପାଇଁ ଗରମରୁ କିଛି ମାତ୍ରାରେ ତ୍ରାହି ମିଳିଛି । ଏପଟେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ରିକର୍ଭ କରି ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ।

ପରବର୍ତ୍ତୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଧୀରେ ଧୀରେ ଦୁର୍ବଳ ହେବ ବୋଲି ପୂର୍ବାନୁମାନ କରାଯାଇଛି । ସୁଦୃଶ୍ୟ ଲଘୁଚାପର ବିଶେଷ ପ୍ରଭାବ ଓଡ଼ିଶା ଉପରେ ପଡ଼ିବନାହିଁ । କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ପାଗରେ ପରିବର୍ତ୍ତନ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୩ ଦିନ ମଧ୍ୟରେ ଆହୁରି ୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି ।

 

ଆହୁରି ପଢ଼ନ୍ତୁ : ଆହୁରି ଘନୀଭୂତ ହେଲା ଲଘୁଚାପ କ୍ଷେତ୍ର, ୧୦ ଓ ୧୧ରେ ବର୍ଷା