ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ,୧୩ଟି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଆଜି ୨୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ସେହିପରି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କିରଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

କେନ୍ୟୁଜ୍(ବ୍ୟୁରୋ):  ବଢିବ ବର୍ଷା ପରିମାଣ। ରାଜ୍ୟର ବିଭିନ୍ନ ସ୍ଥାନରେ ଦୁଇ ଦିନ ମଧ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଆଜି ୨୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ଆଶଙ୍କା ରହିଛି। ସେହିପରି ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କିରଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତକାଲି ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୨୫ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ରୁ କମିବ ବର୍ଷା ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୭୫୦ ମିମି ବର୍ଷା ରେକର୍ଡ ହୋଇଛି। ଯାହା ସ୍ବାଭାବିକ ବୃଷ୍ଟିପାତ ୮୩୧.୮ ମିମି ତୁଳନାରେ ୧୦ ପ୍ରତିଶତ କମ। ଗୋଟିଏ ଜିଲ୍ଲାରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।…

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.