ବଢିଲା ଶୀତ: ପୁଣି ୩ ଦିନ ଥରିବ ଓଡ଼ିଶା, ଆଜି ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ବଢିଲା ଶୀତ । ପୁଣି ୩ ଦିନ ଥରିବ ଓଡ଼ିଶା। ରାଜ୍ୟ ମଧ୍ୟକୁ ପ୍ରବେଶ କରୁଛି ଉତ୍ତରା-ପଶ୍ଚିମା ଥଣ୍ଡା ଶୁଷ୍କ ବାୟୁ। ଆସନ୍ତା ୪୮ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ରାତି ତାପମାତ୍ରା ୩ରୁ ୪ ଡିଗ୍ରୀ ତଳକୁ ଖସିବ ତାପମାତ୍ରା। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରକୋପ ବଢ଼ିବ । ଆସନ୍ତା ୩୦ ତାରିଖ ଯାଏଁ ରହିବ ଶୀତର ପ୍ରଭାବ।

ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଶୀତ ଲହରୀ ପାଇଁ ୬ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସୋନପୁର, ବରଗଡ଼ ଓ ବଲାଙ୍ଗୀରକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୯ ଓ ୩୦ତାରିଖ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ପାହାଡିଆ ଅଞ୍ଚଳ ସହ ଅନେକ ଆଭ୍ୟନ୍ତରୀଣ ଜିଲ୍ଲାରେ ରାତି ତାପମାତ୍ରା ୧୦ ଡିଗ୍ରୀରୁ କମ୍‌ ରେକର୍ଡ ହେବା ସମ୍ଭାବନା ରହିଛି। ଆସନ୍ତା ୪ ଦିନ ଭିତରେ ପାଗ ମୁଖ୍ୟତଃ ଶୁଖିଲା ରହିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.