୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ରହିଛି ଦକ୍ଷିଣ ମୌସୁମୀ ବାୟୁ। ଗତକାଲି ବଙ୍ଗୋପସାଗରରେ ଥିବା ଲଘୁଚାପ ବର୍ତ୍ତମାନ ଦକ୍ଷିଣପୂର୍ବ ଝାଡ଼ଖଣ୍ଡ ଉପରେ ସକ୍ରିୟ ରହିଛି। ପ୍ରଭାବରେ ୨ଦିନ ଯାଏ ରାଜ୍ୟରେ କିଛି କିଛି ଅଞ୍ଚଳରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳ ବର୍ଷା ପାଇଁ ୯ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ୨୩ ତାରିଖରୁ କମିବ ବର୍ଷାର ପରିମାଣ। କେବଳ ସେପ୍ଟେମ୍ବର ମାସରେ ରାଜ୍ୟରେ ୨୮୪.୭ ମିମି ବର୍ଷା ରେକର୍ଡ କରାଯାଇଛି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୬୯.୯ ମିମି ବର୍ଷା ରେକର୍ଡ ହୋଇଛି। ସ୍ବାଭାବିକ ବର୍ଷା ତୁଳନାରେ ୧୦୯୯.୯ମିମି ତୁଳନାରେ ଏହା ୩ପ୍ରତିଶତ କମ୍ । ୨ଟି ଜିଲ୍ଲା ବୌଦ୍ଧ ଓ ଝାରସୁଗୁଡାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ଜିଲ୍ଲାରେ ନିଅଣ୍ଟିଆ ଓ ୨୫ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.