ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟରେ ବଢ଼ିବ ମୌସୁମୀ ବର୍ଷା, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ):  ଆଗାମୀ ୪ରୁ ୫ ଦିନ ଯାଏଁ ରାଜ୍ୟରେ ବଢ଼ିବ ମୌସୁମୀ ବର୍ଷା । ୫ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ ସମେତ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଜୁନ ୧ରୁ ୩୦ ତାରିଖ ଯାଏ ରାଜ୍ୟରେ ସ୍ୱାଭାବିକଠାରୁ ୪୦ ପ୍ରତିଶତରୁ କମ୍‌ ବର୍ଷା ହୋଇଛି। ଏଯାଏ ୧୩୩.୩ ମିମି ବର୍ଷା ହୋଇଛି । ହେଲେ ଏହି ସମୟ ମଧ୍ୟରେ ୨୧୭.୭ ମିମି ବର୍ଷା ହେବା କଥା । ତେବେ ୪ ଜିଲ୍ଲା ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ଖୁବ କମ୍‌ ବର୍ଷା ହୋଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.